Headlines

ପୁଣି ଥରିଲାଣି ଛାତି, ହୁ ହୁ ହୋଇ ବଢୁଛି କରୋନା

ଭୁବନେଶ୍ବର:  ରାଜ୍ୟରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୪୫ ରେ ପହଞ୍ଚିଲା ସଂକ୍ରମିତଙ୍କ ସଂଖ୍ୟା । ଗତକାଲି ଶନିବାର ପର୍ଯ୍ୟନ୍ତ ରାଜ୍ୟରେ ୩୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୭ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ନେଇ ଆକ୍ରାନ୍ତଙ୍କ ସଂଖ୍ୟା ୪୫କୁ ବୃଦ୍ଧି ପାଇଛି । ରାଜ୍ୟରେ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୩ ରହିଛି । ବର୍ତ୍ତମାନ ସୁଦ୍ଧା ୧୨ଜଣ କରୋନା ଆକ୍ରାନ୍ତ ସୁସ୍ଥ  ହେବା ନେଇ ସୂଚନା ଦେଇଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର ।

ଅନ୍ୟପଟେ ଦେଶରେ ମଧ୍ୟ  ଉପରମୁହାଁ ହୋଇଛି କରୋନା ସଂକ୍ରମିତଙ୍କ ସଂଖ୍ୟା । କରୋନା ସଂକ୍ରମିତଙ୍କ ସଂଖ୍ୟା ୬ ହଜାର ଛୁଇଁବାକୁ ବସିଛି । ବର୍ତ୍ତମାନ ସୁଦ୍ଧା ସକ୍ରିୟ ସଂକ୍ରମଣ ମାମଲା ୫ ହଜାର ୭୫୫ ରେ ପହଞ୍ଚିଛି । ଏଥିମଧ୍ୟରୁ କେରଳରେ ସର୍ବାଧିକ ୧୮୦୬ ଟି ମାମଲା ଚିହ୍ନଟ ହୋଇଥିବା ବେଳେ ଗୁଜରାଟରେ ୭୧୭, ଦିଲ୍ଲୀରେ ୬୬୫ ଏବଂ ମହାରାଷ୍ଟ୍ରରେ ସକ୍ରିୟ ମାମଲା ୫୭୭ ରହିଛି । ସେହିପରି କର୍ଣ୍ଣାଟକ ଓ ଉତ୍ତରପ୍ରଦେଶରେ ଯଥାକ୍ରମେ ୪୪୪ ଏବଂ ୨୮୮ ମାମଲା ଚିହ୍ନଟ ହୋଇଥିବା ବେଳେ ତାମିଲନାଡୁରେ ୨୦୮ ଟି ମାମଲା ଚିହ୍ନଟ ହୋଇଛି ।

 

ଗୋଟିଏ ପଟେ ଦେଶରେ ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ହସ୍ପିଟାଲ ଗୁଡ଼ିକରେ ପର୍ଯ୍ୟାପ୍ତ ପରିମାଣର ଅକ୍ସିଜେନ୍, ଆଇସିୟୁ ବେଡ୍, ଭେଣ୍ଟିଲେଟର ଓ ଆବଶ୍ୟକୀୟ ଔଷଧପତ୍ର ମହଜୁଦ ରଖିବାକୁ ରାଜ୍ୟ ଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ।

Spread the love

Leave a Reply

Your email address will not be published. Required fields are marked *

ଉପରକୁ ଯାଆନ୍ତୁ